ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଠା ମଧ୍ୟରେ ୬୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୩୨୨ ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ୩୩୬୩୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୭୨୦ ଟି ଆକ୍ଟିଭ କେସ ରହିଥିବା ବେଳେ ୩୩୩୬୩୭ ଜଣ ସୁସ୍ଥ ହୋଇଛନ୍ତି ।