ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଟଳିନାହିଁ । ତେବେ ଏହାକ୍ୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣଙ୍କ ସଂଖ୍ୟା ୧୦୦୭୭୫୦ ରେ ପହଞ୍ଚିଛି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଚ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୭ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୦୯ ଜଣ, ମାଲକାନଗିରିରୁ ୩ ଜଣ,ଲେଖାଏଁ ଚିହ୍ନଟ ହୋଇଛନ୍ତି ।