ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ପଜିଟିଭ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଦିନକରେ ୮୦୦ ପାଖାପାଖି ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମଣଙ୍କ ମଧ୍ୟରୁ ଅନୁଗୁଳରୁ ୧୭,ବାଲେଶ୍ୱରରୁ୬ଜଣ,ବରଗଡରୁ ୪୮,ଭଦ୍ରକରୁ ୧୦,ବଲାଙ୍ଗୀରରୁ୧୪,ବୈାଦ୍ଧରୁ ୧୪,କଟକରୁ୪.ଦେଓଗଡରୁ୧,ଝାରସୁଗୁଡାରୁ ୩୧,କଳାହାଣ୍ଡିରୁ୩୮,କନ୍ଧମାଳରୁ୨,କେନ୍ଦ୍ରାପଡାରୁ୧,ଖୋର୍ଦ୍ଧାରୁ୧୧୮,ମାଲକାନଗିରିରୁ୨,ନବରଙ୍ଗପୁରରୁ୨୩,ପୁରୀରୁ୪୩ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।