ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜଧାନୀରେ ବଢିଛି ଡେଙ୍ଗୁ ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ୮୨ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧୫୫୨ କୁ ବୃଦ୍ଧି ପାଇଛି ।
ଦିନକୁ ଦିନ ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଦି ପାଉଥିବାରୁ ଅନେକ ସ୍ଥାନରେ ସଚେତନତା ଓ ସଫେଇ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୧୦୬୦ ଜଣ ସୁସ୍ଥ ହୋଇଥିବାବେଳେ ୪୯୮ ଟି ଆକ୍ଟିଭ୍ କେସ ରହିଛି । ୫୪ହଜାର ୧୫୪ଟି ସମ୍ଭାବ୍ୟ ମଶା ବୃଦ୍ଧି ସ୍ଥାନକୁ ହଟାଇବା ସହ ୫୫ହଜାର ୪୬୪ଟି ସ୍ଥାନରୁ ମଶାର ଲାର୍ଭାକୁ ଚିହ୍ନଟ କରି ନଷ୍ଟ କରାଯାଇଛି।