ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଦତନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ପାର ହୋଇସାରିଲାଣି । ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀରେ ଆଜିଠାରୁ କୋଭିଡ ବେଡ଼ ସଂଖ୍ୟା ବୃଦ୍ଧି କରାଯାଇଛି । ସମ୍ କୋଭିଡ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ୫୦୦କୁ ବୃଦ୍ଧି କରାଯାଇଛି ।
ସେହିଭଳି ପଟିଆରେ ୬୦ ଓ ଡୁମଡୁମାରେ ୪୫ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏହାପୂର୍ବରୁ ଘାଟିକିଆ, ଗଜପତିନଗର ଓ କିଟ୍ରେ ୩ଟି ଙଣଙ ହୋଟେଲରେ ୪୦ ଶଯ୍ୟା ବିଶିଷ୍ଟ ଦେୟଯୁକ୍ତ ସଂଗରୋଧ ଗୃହ କରାଯାଇଛି ।ଆଜି ବାଣୀବିହାର କ୍ୟାମ୍ପସରେ ଶତାଧିକ ଛାତ୍ର ଓ କର୍ମଚାରୀଙ୍କ କୋଭିଡ ଟେଷ୍ଟ କରାଯାଇଛି । ସେମାନଙ୍କ ରିପୋର୍ଟ ଆଜି ଆସିବ । ଓୟୁଏଟିର ୪ନମ୍ବର ଛାତ୍ରବାସରେ କରୋନା ୪ଜଣ ପଜିଟିଭ ଚିହ୍ନଟ ହେବା ପରେ ଅନ୍ୟ ଅନ୍ତେବାସୀଙ୍କ ସମେତ କର୍ମଚାରୀଙ୍କ ଟେଷ୍ଟ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୨୨୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଣ୍ଟାଇନରେ ଥିଲେ । ବାକି ୯୫୩ ଟି ହେଉଛି ଲୋକାଲ କେସ୍ ରହିଛି । ସେହିପରି ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪୮, ବରଗଡ଼ରୁ ୧୨୦, କଟକରୁ ୧୧୭, ନବରଙ୍ଗପୁରରୁ ୧୦୪, ନୂଆପଡ଼ାରୁ ୧୦୪ ଓ ସମ୍ବଲପୁରରୁ ୧୨୦ ଜଣ ଚିହ୍ନଟ ହୋଇଛନ୍ତି।