ମୁମ୍ବାଇ(ଏଟିଆର ବ୍ୟୁରୋ): ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଆଜି ନିକ ପଦରୁ ଇସ୍ତଫା ଦେଇଛନ୍ତି । ମୁମ୍ବାଇର ପୁର୍ବ କମିଶନର ପରମବୀର ସିଂହ ବିଗତ ଦିନରେ ଚିଠି ଲେଖି ଅନୀଲ ଦେଶମୁଖଙ୍କ ଉପରେ ୧୦୦ କୋଟି ଟଙ୍କା ଚାନ୍ଦା ଆଦାୟ ଉପରେ ଅଭିଯୋଗ କରିଥିଲେ । ଏନେଇ ପରମବୀର ସିଂ ହାଇକୋର୍ଟରେ ମାମଲା ଦାୟର କରିଥିଲେ । ଏହି ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଆଜି ପ୍ରାଥମିକ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ପରେ ତାଙ୍କୁ ପୁଲିସ କମିଶନର ପଦବୀରୁ ହଟାଇ ଦିଆଯାଇ ଅନ୍ୟତ୍ର ବଦଳି କରାଯାଇଥିଲା। ଏ ସମ୍ପର୍କରେ ପରମବୀର ସିଂହ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରି ତାଙ୍କ ସମସ୍ତ ଅଭିଯୋଗର ସିବିଆଇ ତଦନ୍ତ କରାଇବାକୁ ନତର୍ଦ୍ଦେଶ ଦେଇଥିଲେ ।ଆଜି ବମ୍ବେ ହାଇକୋର୍ଟ ଏହି ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶର ମାତ୍ର କିଛି ଘଣ୍ଟା ପରେ ଶ୍ରୀ ଦେଶମୁଖ ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିବେ।