ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏବେ ପୁଣି ରାଜ୍ୟରେ ଆଉ ୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ କୁ ଛୁଇଁଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟ ପଟେ କରୋନା ଆକ୍ରାନ୍ତରେ ଆଜି ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ କଟକର । ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ସେ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏବେ ତାଙ୍କର ମୃତ୍ୟୁ ଘଟିଛି । ଏବେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫ କୁ ବୃଦ୍ଧି ହୋଇଛି ।
ରାଜ୍ୟରେ ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ୯୭୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ସୁସ୍ଥ ହୋଇ ସାରିଲେଣି । ଏହାସହିତ ୬୯୬ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି ।