ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମହାମାରୀ କରୋନାର ସ୍ଥିତ ଦିନକୁ ଦିନ ରାଜ୍ୟରେ ବିଗିଡିବାରେ ଲାଗିଛି । ଏହା ସହ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି । ତେବେ କିଛି ଦିନ ହେବ କ୍ରମାଗତ ଭାବେ ରାଜଧାନୀ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ତେବେ ଆଜି ଭୁବନେଶ୍ୱରରୁ ୩୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
Update on newly detected & cured #COVID19 cases in the last 24 hrs under the BMC area on 23rd Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/O7Dn7O8YAu— BMC (@bmcbbsr) August 23, 2020
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୬ଜଣ କ୍ୱାରେଣ୍ଟାଇନ ସେଣ୍ଟର ହୋଇଥିବା ବେଳେ ୧୧ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ତେବେ ଆଜି ୧୭୦ଜଣ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ଅଗଷ୍ଟ ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ମାତ୍ରାରେ ବଢି ଚାଲିଛି । ରାଜ୍ୟରେ ପୁଣି ଆଉ ୨୯୯୩ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।