ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ଏବେ ପୁଣି ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ହୋଇଛି । ଅନ୍ୟପଟେ ଆଜି ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ବର୍ତ୍ତମାନ ସୁଧା ରାଜ୍ୟରେ ମୋଟ ୧୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୨ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୭୫୩ ଜଣଙ୍କର ଚିକିତ୍ସା ଚାଲିଛି ଏବଂ ୭ ଜଣଙ୍କ ମୃତ୍ୟୁ ହୋଇଛି ।