ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦନˆଚ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୯ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ହୋମ କ୍ୱାରାଣ୍ଟାଇନରୁ ହୋଇଥିବା ବେଲେ ୮ ଜଣ ସ୍ଥନୀୟ ବାସିନ୍ଦା । ଏହାକୁ ମିଶାଇ ରାଜଧାନୀ ଭୁବନେଶ୍ୱରରେ ମୋଟ ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆସନ୍ତୁ ଜାରଇବା ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବିଷୟରେ
• ଆଜି ଏୟାରପୋଟ କଲୋନୀରୁ ଜଣେ ୨୬ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନିକଟରେ ସେ ଦିଲ୍ଲୀରୁ ଫେରି ହୋମ୍ କ୍ୱରାଣ୍ଟାଇନରେ ଥିଲେ ।
• ସେହିପରି ଶିରିପୁର ଲକ୍ଷ୍ମୀବଜାର ବସ୍ତିରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩୧ ବର୍ଷୀୟ ଓ ୩୮ ବର୍ଷୀୟ ୨ ଜଣ ମହିଳା ଏବଂ ୫୦ ଓ ୧୮ ବର୍ଷୀୟ ଦୁଇ ଜଣ ପୁରୁଷ ଅଛନ୍ତି । ଏମାନେ ନିକଟରେ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।
• ସେହିପରି ଆରବିଆଇ ଅଫିସରେ ସିକ୍ୟୁରିଟି ଭାବେ କାର୍ଯ୍ୟକରୁଥିବା ଜଣେ ୫୨ ବର୍ଷୀୟ ଜଣେ ପୁରୁଷ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି ।
• ସେହିଭଲି ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟ କରୁଥିବା ୩ ଜଣ ପୁରୁଷ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ନିକଟରେ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶାରେ ଆସିଥିଲେ ।
• ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ ଜଣ ସୁସ୍ଥ ହୋଇଥିବା ବେଳେ ୧୩୧ଟି ସକ୍ର୍ରିୟ କେସ୍ ରହିଛି । ସେହିଭଲି ୩ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬ ହଜାର ୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪ ହଜାର ୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୯୦୩ ଟି ସକ୍ରିୟ କେସ୍ ରହିଛି ।