ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଭୟଙ୍କର ରୂପ ନେଉଛି କରୋନା । ଆଜି ପୁଣି ଦୁଇଟି ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସୂଚନା ମୁତାବକ କଟକ ଜିଲ୍ଲାର ଜଣେ ୭୧ ବର୍ଷ ବୟସର ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଡାଇବେଟିକ୍ ଫୁଟ୍, ଡାଇବେଟିସ୍ ଏବଂ କ୍ରୋନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ ।
Regret to report demise of two Covid positive cases of Cuttack while under treatment in hospital.
One was a 71-year old Male who was also suffering from infected Diabetic Foot, Diabetes and Chronic Kidney Disease.
(1/2)— H & FW Dept Odisha (@HFWOdisha) June 23, 2020
ଅନ୍ୟଜଣେ ମଧ୍ୟ କଟକ ଜିଲ୍ଲାର । ତାଙ୍କ ବୟସ ୫୩ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକ ସ୍ଥିତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି । ସେ ଡାଇବେଟିସ୍ ରୋଗରେ ମଧ୍ୟ ପୀଡିତ ଥିଲେ ।
The other was a 53-year old Male who was also suffering from diabetes.
(2/2)— H & FW Dept Odisha (@HFWOdisha) June 23, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।