ପୁରୀ(ଏଟିଆର ବ୍ୟୁରୋ): ଆଜି ମାଘ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସର୍ବସାଧାରଣଙ୍କ ପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିପର ଧୂପ ପରେ ଦତମହାପାତ୍ର ସେବାୟତମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସିଂହାର କରିବେ ।
ଶ୍ରୀମନ୍ଦିରରେ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ସୂଚନା ଦେଇଛନ୍ତି । ଅପରାହ୍ନ ୪ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ତେବେ ବନକଲାଜି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।