ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଶୀତ ଦିନେ କମଳା ଖାଇବାର ମଜା କିଛି ନିଆରା । କମଳାରେ ଭିଟାମିନ୍ ସି ଭରପୁର ମାତ୍ରାରେ ରହିଥାଏ । ଯାହା ଆମ ଶରୀରକୁ ଅନେକ ରୋଗରୁ ରକ୍ଷା କରିଥାଏ । ଏଥିରେ ଥିବା ଆଣ୍ଟି -ଅକ୍ସିଡାଣ୍ଟ ଏବଂ ଅନ୍ୟ ପୋଷକ ତତ୍ତ୍ୱ କର୍କଟ ରୋଗ ଏବଂ ମଧୁମେହ ଭଳି ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରିଥାଏ । ତେବେ ଆସନ୍ତୁ ଜାଣିବା ପ୍ରତିଦିନ କମଳା ଖାଇବା ଦ୍ୱାରା ଶରୀରକୁ କି କି ଲାଭ ମିଳିଥାଏ ।
ପ୍ରତିଦିନ କମଳା ଖାଇବା ଦ୍ୱାରା କୋଲେଷ୍ଟ୍ରଲ ସ୍ତର ଠିକ୍ ରହିବା ସହ ରକ୍ତ ସଞ୍ଚାଳନ ଠିକ୍ ଭାବେ ହୋଇଥାଏ । ଏହା ସହ ଏଥିରେ ଥିବା ଫାଇଟୋକେମିକାଲ ତତ୍ତ୍ୱ ରକ୍ତ ଜମାଟ ବାନ୍ଧିବାକୁ ଦେଇ ନଥାଏ । ଯାହାଦ୍ୱାରା ହୃଦ୍ ସମସ୍ୟାର ମଧ୍ୟ ଆଶଙ୍କା କମ ହୋଇଥାଏ ।
କମଳାରେ ନ୍ୟାଚୁରାଲ ସୁଗାର ଥିବାରୁ ଏହା ରକ୍ତ ଶର୍କରା ସ୍ତରକୁ ନିୟନ୍ତ୍ରଣରେ ରଖିଥାଏ । ଏହାଦ୍ୱାରା ମଧୁମେହ ଭଳି ରୋଗ ହେବାର ଆଶଙ୍କା କମ ହୋଇଥାଏ । ମଧୁମେହ ରୋଗୀମାନେ ରକ୍ତରେ ଶର୍କରା ସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ କମଳା ଖାଇପାରିବେ ।