ଭଦ୍ରକ(ଏଟିଆର ବ୍ୟୁରୋ): ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଆଜି ଭଦ୍ରକ ଜିଲ୍ଲାରେ ୫ଟି କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ତେବେ ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ବେଳେ ବାସୁଦେବପୁର ବ୍ଲକ ଲଷ୍ମୀଦାସପୁର, ପଦ୍ମପୁର ଓ ଖରିଦାବିନାୟକପୁର ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇ ବ । ଏହା ସହ ଏହି ପଞ୍ଚାୟତର ସମସ୍ତ ପ୍ରବେଶ ପଥକୁ ସିଲ୍ କରିଛି ଜିଲ୍ଲା ପ୍ରାଶସନ ।
ତେବେ ପୂର୍ବରୁ ଭଦ୍ରକ ଜିଲ୍ଲାରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ପାଞ୍ଚ ଜଣଙ୍କୁ ମିଶାଇ ମୋଟ ୮ ଜଣ କରୋନା ରୋଗୀ ଭଦ୍ରକ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୂଚନା ଯୋଗ୍ୟ ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସାତ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଲେ ଜଣଙ୍କର ମୃତ୍ୟୁ ଘଟିଛି ।