ଭୁବନେଶ୍ୱର(ଏଟିଆର ବ୍ୟୁରୋ): ପରଲୋକରେ ବିଜେଡି ନେତା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନ । ବହୁ ଦିନ ହେବ ସେ କ୍ୟାନସର ରୋଗରେ ପଡୀତ ହୋଇ ଚିକିତ୍ସିତ ହୋଉଥିଲେ । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା । ଗତ ନିର୍ବାଚନରେ ସେ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିଲେ । ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦୁଇ କେନ୍ଦ୍ର ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ‘ ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 10, 2020
ସେହିଭଲି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଟ୍ୱିଟ୍ ମାଧ୍ୟମରେ ଲୋଖିଛନ୍ତି ଯେ, ଶ୍ରୀଯୁକ୍ତ ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।
ଶ୍ରୀଯୁକ୍ତ ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।
— Dharmendra Pradhan (@dpradhanbjp) May 10, 2020