ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା ଫେବୃଆରୀ ୧୪ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶ ଆରମ୍ଭ ହେବ । ମୋଟ ୩୧ ଦିନ ଧରି ଏହି ଅଧିବେଶନ ବସିବାର କାର୍ଯ୍ୟକ୍ରମ ରହିଛି । ଫେବୃଆରୀ ୧୮ ତାରିଖ ଦିନ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ ହେବ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ ।
ପ୍ରଥମଟି ଫେବୃଆରୀ ୧୪ରୁ ଆରମ୍ଭ ହୋଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ଦ୍ୱିତୀୟ ଅଧିବେଶନ ମାର୍ଚ୍ଚ ୧୧ରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ଆଜି ବିଧାନସଭା ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।