ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନତି କରାଯିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
ସେହିଅନୁଯାୟୀ, ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗୀର ର ଲୋଇସିଂହା ଓ ସିନେ୍ଧକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରରସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ପୁରୀର ସାକ୍ଷୀଗୋପାଳ ଓ କାଟକପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା, ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ, ନୟାଗଡର ଶରଣକୂଳ, ସୁବର୍ଣ୍ଣପୁରର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି ।