ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆଜି ବିଜୁବାବୁଙ୍କ ୧୦୫ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ ରୁ ଅଧିକ ମୋ ସେବା କେନ୍ଦ୍ର ଓ ଓଡିଶାୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ସେବା ଓ ସମ୍ମାନ ହେଉଛି ସରକାରଙ୍କ ମୂଳମନ୍ତ୍ର । ଲୋକଙ୍କୁ ସଶକ୍ତ କରିବା ଓ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇବା ଓ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ।
5T ଉପକ୍ରମ ଅନୁଯାୟୀ ଏହି ଯୋଜନା କାର୍ଯ୍ୟକାରୀ ହୋଇଛି । ଏହି ଯୋଜନାରେ ସାଧାରଣ ଲୋକମାନେ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇ ପାରିବେ ବିଶେଷ କରି ଏହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଆଗାମୀ ଦିନମାନଙ୍କରେ ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ । ଏହାଦ୍ୱାରା ୮ ହଜାର ଯୁବକ ଓ ଯୁବତୀ ଆତ୍ମନିଯୁକ୍ତିର ସୁଯୋଗ ପାଇବେ । ଏହି ଦୁଇ କାର୍ୟ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି।