ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନାରେ ଚାଲିଯାଇଛି ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ଜୀବନ । ୮୧ ବର୍ଷ ବୟସରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କୋଭିଡ ଆକ୍ରାନ୍ତ ହୋଇ ଘରୋଇ ହସ୍ୱିଟାଲରେ ଚିିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ଏବେ ବିଭିନ୍ନ ମହଲରେ ଶୋକ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବସନ୍ତଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି କୁହାଯାଇଛି କି, ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର ତଥା ଲେଖକ ବସନ୍ତ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି ।
ସୂଚନାଯୋଗ୍ୟ, ଗତ ୧୬ ତାରିଖରେ କରୋନାରେ ସଂକ୍ରମିତ ହେବା ପରେ ହୋମ ଆଇସୋଲେସନରେ ରହିଥିଲେ ବସନ୍ତ ଦାସ । କିନ୍ତୁ ଧୀରେ ଧୀରେ ତାଙ୍କ ସ୍ୱାସ୍ଥୃବସ୍ଥା ଖରାପ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିିକିତ୍ସା ଚାଲିଥିଲା । ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।