ଭୁବନେଶ୍ୱର (ଏଟିଆର ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ପୂଜା ଭେଟି ଘୋଷଣା କଲେ ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି । ଏହାଦ୍ୱାରା ୪ ଲକ୍ଷ କର୍ମଚାରୀ ଓ ସାଢେ ତିନିଲକ୍ଷ ପେନସନ ଭୋଗୀ ଉପକୃତ ହେବେ ।
ଜୁଲାଇ ୨୧ ରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି ପାଇଛି । ଏହା ଅକ୍ଟୋବର ମାସରେ ମିଳିବ ଏହାସହିତ ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।