ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବିଦେଶ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ରୋମ ଓ ଦୁବାଇ ଗସ୍ତ ଥିବା ହେତୁ ଆଜି ଦିଲ୍ଲୀ ଗସ୍ତରେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ । ବିଦେଶରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ଖାଦ୍ୟ ସୁରକ୍ଷାରେ ଓଡିଶାର ରୂପାନ୍ତରିକରଣ ଯାତ୍ରା ଓ ବିପର୍ଯ୍ୟୟ ପରିଚାଳନା ଉପରେ ବାର୍ତ୍ତା ରଖିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭିକେ ପାଣ୍ଡିଆନ୍, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଯୋଗାଣ ସଚିବ ଭି.ଭି ଯାଦବ, ଶିଳ୍ପ ସଚିବ ହେମନ୍ତ ଶର୍ମା ଓ ଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ ବିଦେଶ ଗସ୍ତ କରିବେ ।
ସେଠାରେ ପ୍ରବାସୀ ଓଡିଆଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବା ସହ ଦୁବାଇରେ ଆୟୋଜିତ ପୁଞ୍ଜିନିବେଶକାରୀ ସମ୍ମିଳନୀରେ ଯୋଗଦେବେ । ଏହାସହିତ ବଡ ବଡ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।