ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ପବିତ୍ର ପଣାସଂକ୍ରାନ୍ତି ବା ମହା ବିଷୁବ ସଂକ୍ରାନ୍ତି । ଘରେ ଓ ମନ୍ଦିର ମାନଙ୍କରେ ପଣା ପୂଜାର ବିଧି ରହିଛି । ସେହିପରି ଆଜିର ଦିନକୁ ଓଡିଆ ନବବର୍ଷ ଭାବେ ପାଳନ କରାଯାଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି କି, ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ଅବସରରେ ଆପଣ ସମସ୍ତଙ୍କୁ ମୋର ଅଭିନନ୍ଦନ । ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୁଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ।