ଭୁବନେଶ୍ୱର(ଏଟିଆର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୧ ଜନଗଣନା ଓ ଏନପିଆର ଅପଡେଟ୍ ପ୍ରକ୍ରିୟାକୁ ସ୍ଥଗିତ ରଖିବା ପାଇଁ ଏହି ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ । ଏପ୍ରିଲ ପହିଲାରୁ ସେଫ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ହୋଇଥାଏ । ଏହି ପ୍ରକ୍ରିୟାରେ ପ୍ରାୟ ୩୦ ଲକ୍ଷ ଲୋକ ନିୟୋଜିତ ହୋଇଥାନ୍ତି । ତେବେ ବର୍ତ୍ତମାନ କରୋନା ଭାଇରସ ବ୍ୟାପୁଥିବାରୁ ଏହି ପ୍ରକ୍ରିୟାକୁ ସ୍ଥଗିତ ରଖିବା ପାଇଁ ପରାର୍ମଶ ଦେଇଛନ୍ତି ନବୀନ । ଏପ୍ରିଲ ପହିଲାରୁ ସେପ୍ଟେମ୍ଭର ୩୦ ତାରିଖ ମଧ୍ୟରେ ଘରଗଣନା କରାଯିବ ବୋଲି ସ୍ଥିର ହୋଇଥିଲା । ଏନେଇ ୩୧ ଟି ପ୍ରଶ୍ନ ମଧ୍ୟ କରାଯାଇଥିଲା । ଅଧିକାରୀ ମାନେ ଘର ଘର ବୁଲି ଏହି ପ୍ରଶ୍ନ ପଚାରିବା ସହ ସମସ୍ତ ତଥ୍ୟ ସଂଗ୍ରହ କରିଥାନ୍ତେ । ରାଜ୍ୟରେ ଏହି ପ୍ରକ୍ରିୟା ଏପ୍ରିଲ ୧୬ ରୁ ମେ ୧୬ ତାରିଖ ପର୍ଯ୍ୟନ୍ତ କରିବାକୁ ସ୍ଥିର ହୋଇଥିଲା । ତେବେ ବର୍ତ୍ତମାନର ପରିସ୍ଥିତକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଣ ପଦକ୍ଷେପ ନେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି ।
ସୂଚନା ଯୋଗ୍ୟ କରୋନା ଭାଇରସରେ ଭାରତରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଯୋଗ୍ୟ ସାରା ବିଶ୍ୱକୁ ଏବେ କରୋନା ଭୟ । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ ୭ ହଜାରରୁ ଅଧିକ ଜୀବନ ନେଇ ସାରିଲାଣି । ସେହିପରି ଭାରତରେ ୧୯୫ରୁ ଉର୍ଦ୍ଧ ବ୍ୟକ୍ତି ଏହି ଭାଇରସରେ ଆକ୍ରାନ୍ତା ହୋଇଥିବାର ସୂଚନା ରହିଛି । ଏଥିରେ ୩୨ ଜଣ ବିଦେଶୀ ନାଗରିକ ଥିବାର ଜଣାପଡିଛି । ଅନ୍ୟପଟେ କରୋନା ମୁକାବିଲା ପାଇଁ ଆସନ୍ତା ୨୨ ତାରିଖ ଦିନ ଜନତା କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ଗାଇଡ ଲାଇନ ଜାରି କରାଯାଇଛି । ତେବେ ପୂର୍ବରୁ ମୁମ୍ବାଇ, କର୍ଣ୍ଣାଟକା, ଦିଲ୍ଲୀ ,ପଞ୍ଜାବ ଓ ଜୟପୁରରେ ରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।