ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯେଉଁଭଳି ଭାବେ ବୃଦ୍ଧି ପାଉଛି ତାହା ଏବେ ସମସ୍ତଙ୍କ ପାଇଁ ଚିନ୍ତା ହୋଇଛି । ତେବେ ଏହି ଭିତରେ ଏବେ ରାଜ୍ୟ ସରକାର କରୋନା ଯୋଦ୍ଧାଙ୍କ ପାଇଁ ପ୍ୟାକେଜ ମଧ୍ୟ ଘୋଷଣା କରୁଛନ୍ତି ।
ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟମନ୍ତ୍ରୀ ସାମ୍ବାଦିକ ମାନଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । କରୋନାରେ ମୃତ୍ୟୁ ହୋଇଥିବା ସାମ୍ବାଦିକ ପରିବାରକୁ ୧୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତିି ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ।