ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଏବେ ରାଜ୍ୟ ସରକାରଙ୍କ ପାଇଁ ସବୁଠୁ ଅଧିକ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ବାହାର ରାଜ୍ୟରୁ ଓଡିଶା ପ୍ରତ୍ୟାବର୍ତ୍ତନ କରୁଥିବା ପ୍ରବାସୀ ଓଡିଆଙ୍କ କ୍ୱାରେଣ୍ଟାଇନ । କାରଣ ଏଇ ନିକଟରେ ଗଞ୍ଜାମ ଜିଲ୍ଲାରେ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା । ପାଖାପାଖି ୧୫୦ ରୁ ଅଧିକ ପ୍ରବାସୀ ଲୁଚିକରି କ୍ୱାରେଣ୍ଟାଇନରୁ ଫେରାର ହୋଇଯିବା । ଏହି ଅବସରରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିବେଦନ କରିଛନ୍ତି ।
ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ସୂଚନା ଦେଇ ଉଲ୍ଲେଖ କରିଛନ୍ତି – ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ୟ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଉର୍ଦ୍ଧ୍ବକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ।ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟିନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରନ୍ତୁ। ଏହାର ଉଲ୍ଲଂଘନ କ୍ଷେତ୍ରରେ ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରିବେ। ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋରରୁ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଉର୍ଦ୍ଧ୍ବକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ।
— Naveen Patnaik (@Naveen_Odisha) May 4, 2020
ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟିନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରନ୍ତୁ। ଏହାର ଉଲ୍ଲଂଘନ କ୍ଷେତ୍ରରେ ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରିବେ। ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। #OdishaCares
— Naveen Patnaik (@Naveen_Odisha) May 4, 2020
ସୂଚନାଯୋଗ୍ୟ ଏବେ ଅନେକ କ୍ୱାରେଣ୍ଟାଇନ କେନ୍ଦ୍ରରେ ପ୍ରବାସୀମାନେ ମଜାକ ଉଡାଛନ୍ତି । ସଂଘରୋଧରେ ଥାଇ ସୁଦ୍ଧା ଦଳଦଳ ହୋଇ ଟିକଟିକ କରି ଶୋସିଆଲ ମିଡିଆରେ ସେୟାର କରୁଛନ୍ତି । ଯେଉଁଥିରେ ସେମାନେ ସାମାଜିକ ଦୂରତା ମଧ୍ୟ ରକ୍ଷା କରୁ ନାହାନ୍ତି ।