ଭୁବନେଶ୍ୱର (ଏଟିଆର ବ୍ୟୁରୋ): କୋଭିଡର ବିଏଫ୭ ଭାରିଆଣ୍ଟକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନର କୋଭଭିଡ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ । ମଙ୍ଗଳବାର ଅପରାହ୍ନ ସାଢେ ୪ଟାରେ ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ବରିଷ୍ଠ ଅଧିକାରୀମାନେ ସାମିଲ ରହିବେ ।
ପୁଣି ଥରେ କରୋନା ମାମଲା ବିଦେଶରେ ବଢିବାରେ ଲାଗିଛି । ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟି ରଖି ଆକ୍ସନ ମୋଡକୁ ଆସିଛନ୍ତି କେନ୍ଦ୍ର ଓ ରାଜ୍ୟ ସରକାର । ଏନେଇ ଆଗୁଆ ସତର୍କ ହେବା ସହ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ।