ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ଆତଙ୍କ । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନାରେ ଗଲା ୧୯ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର,ବରଗଡ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନାଗିରି, ନୂଆପଡା, ରାୟଗଡା ଏବଂ ସମ୍ବଲପୁର ଜିଲ୍ଲାରୁୁ ଜଣେ ଲେଖାଏଁ ରହିଛନ୍ତି ।