ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ଏବେ ପୁଣି ୬ ଜଣଙ୍କ ମୁଣ୍ଡ ନେଲା କରୋନା । ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ସେହିପରି ରାଜ୍ୟରୁ ଆଜି ୨୩ ଟି ଜିଲ୍ଲାରୁ ୬୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୪୧୫ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୨୦୧ ଟି ଲୋକାଲ କେସ ରହିଛି । କେବଳ ଗଞ୍ଜାମ ଜିଲ୍ଲାରୁ ଆଜି ୨୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୩୭ ରେ ପହଞ୍ଚିଛି ।