ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଆଜି ରାଜ୍ୟରେ କରୋନା ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ତେବେ ଏହି ସଂକ୍ୟା ମିଶିବା ପରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାରୁ ରହିଛନ୍ତି ।
Regret to inform the demise of Six Covid positive patients while under treatment in hospitals.
1. A 41-year old male of Ganjam district who was also suffering from Hypertension
2. An 86-year old female of Khordha district who was also suffering from Diabetes and Hypertension.
— H & FW Dept Odisha (@HFWOdisha) July 23, 2020
ସୂଚନାଯୋଗ୍ୟ ଆଜି ରାଜ୍ୟରେ ସର୍ବାଧିକ ୧୨୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଆଜି ସଂକ୍ରମିତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧ ହଜାର ୯୯ ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪୭ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୪୧୭ ଜଣ ସ୍ଥାନୀୟ ଲୋକ ରହିଛନ୍ତି ।