ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଯେଉଁଭଳି ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିଭଳି ଭାବେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ କରୋନାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ମୃତ୍ୟୁ ସଂଖ୍ୟା ମିଶିବା ଫଳରେ ଏବେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୪୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
ତେବେ ଆଜି ୭ ଜଣ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ ରହିଥିବା ବେଳେ ସୁନ୍ଦରଗଡ, କଟକ, ମାଲକାନଗିରି ଓ ଭୁବନେଶ୍ୱର ମହାନଗର ଅଞ୍ଚଳରୁ । ସୂଚନାଯୋଗ୍ୟ ରାଜ୍ୟରେ ଆଜି ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟା ମିଶିବା ପରେ ଏବେ ରାଜ୍ୟରେ ମୋଟ ୨୬୮୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୧୯ ଟି ଆକ୍ଟିଭ କେସ ରହିଥିବା ବେଳେ ୧୬୭୯୨ ଜଣ ସୁସ୍ଥ ହୋଇ ସାରିଲେଣି ।