ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ଯେଉଁଭଳି ଭାବରେ ବୃଦ୍ଧି ପାଉଛି ତାହା ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ୧୦ ଜଣଙ୍କ ମୁଣ୍ଡ ନେଇଛି । ଯାହା ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ମୋଟ କରୋନା ସଂକ୍ରମିତ ସଂଖ୍ୟା ୫୪୬୩୦ ରହିଥିବା ବେଳେ ୧୬୩୫୩ ଜଣ ଏବେ ସଂକ୍ରମିତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୩୭୯୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୪ ରହିଛି ।