ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୮ ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ତେବେ ଆଜି ୭ ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୩ ଜଣ ରହିଥିବା ବେଳେ ବରଗଡରୁ ୨ ଖୋର୍ଦ୍ଧା ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି ।
ସେହିଭଳି ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।