ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
ତେବେ ଆଜି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟରୁଭଞ୍ଜ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡା ଓ କଟକରେ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି । ତେବେ ଏହି ମୃତ୍ୟୁ ସଂଖ୍ୟା ମିଶିବା ପରେ କରୋନା ମୃତ୍ୟୁ ସଂଖ୍ୟା ୫ ଶହ ଟପିଛି ।
ମୋଟ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଛି । ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଚିହ୍ନଟଙ୍କ ମଧ୍ୟରେ ୧୮୪୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।