ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୁଶାନ୍ତ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଏବେ ରାଜ୍ୟରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।
ଆଜି ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୋଟ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଛି । ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଚିହ୍ନଟଙ୍କ ମଧ୍ୟରେ ୧୮୪୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।