ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନାର ଦୈନିକ ମାମଲା ଲଗାତାର୍ ବୃଦ୍ଧି ପାଇବାରେ ଲାଗିଛି। ନିକଟରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିଲେ ସୁଦ୍ଧା ଏବେ ପୁଣି ଥରେ ଏହା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୫,୮୮୨ ଲୋକ ଏହି ଭୂତାଣୁ ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏଥି ସହିତ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୯୦ ଲକ୍ଷ ଅତିକ୍ରମ କରିଛି। ତେବେ ଆରୋଗ୍ୟ ରୋଗୀଙ୍କ ସଂଖ୍ୟା ୮୪ ଲକ୍ଷରୁ ଅଧିକ ହୋଇଥିବାରୁ ଏହା ଏକ ଆରାମଦାୟକ ବିଷୟ।
କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦ୍ବାରା ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୮୮୨ ଟି ନୂତନ ମାମଲା ସାମ୍ନାକୁ ଆସିଛି। ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦,୦୪,୩୬୬ କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଏଥିରେ ୫୮୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୩୨,୧୬୨ ରେ ପହଁଚିଛି।
ଅନ୍ୟପଟେ ଦେଶରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪,୮୦୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାପରେ ଦେଶରେ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୮୪,୨୮,୪୧୦ ରେ ପହଁଚିଛି। ସେହିପପରି ଏପର୍ଯ୍ୟ ଦେଶରେ ୪, ୪୩, ୭୯୪ ଟି ସକ୍ରିୟ ମାମଲା ରହିଛି।