ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ବିଶ୍ୱବ୍ୟାପି କାୟା ମେଲାଇଛି କରୋନା । ଏଥିରୁ ବାଦ୍ ପଡିନି ଭାରତ । ଦ୍ରୁତ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆଜି ବି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୪୫୮ ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୩୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୦୮ ହଜାର ୯୯୩ କୁ ବୃଦ୍ଧି ପାଇଛି ।
ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଲକ୍ଷ ୫୪ ହଜାର ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଏହାସହିତ ଏଥିରେ ଏପର୍ଯ୍ୟନ୍ତ ୮୮୮୪ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ଲଗାତର ୯ ଦିନ ହେବ ୯ ହଜାର ୫୦୦ ରୁ ଅଧିକ ମାମଲା ସାମ୍ନାକୁ ଆସୁଛି ।