ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଏବେ କରୋନା ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୬ କରୋନା ସଂକ୍ରମଣ ଚିହ୍ନଟ ହେଉଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଯାହାଫଳରେ କିଛି ଦିନ ହେବ ୧୦ ତଳେ ରହିଛି ମୃତକଙ୍କ ସଂଖ୍ୟା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି କରୋନା ରେ ୧୭୮୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ କାରଣରୁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୬୨୫୦୫୯୩ ଟି ସାମ୍ପୁଲ ଟେଷ୍ଟ ହୋଇଛି ।