ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ପୁଣି ୩୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତକଙ୍କ ସଂଖ୍ୟା ୧୭୯୪ କୁ ବୃଦ୍ଧି ପାଇଛି । ୫ ମୃ୍ତକଙ୍କ ମଧ୍ୟ ରୁ ବଲାଙ୍ଗୀର , ଖୋର୍ଦ୍ଧା , କେନ୍ଦୁଝର , ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
କରୋନା ରେ ୧୭୯୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।