ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ଆଉ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତକଙ୍କ ସଂଖ୍ୟା ୧୮୧୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ପରିବାର ଓ ସ୍ୱାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
୪ ମୃତକଙ୍କ ମଧ୍ୟ ରୁ ଖୋର୍ଦ୍ଧା , ଢେଙ୍କାନାଳ , ଗଞ୍ଜାମ , ଓ ଝାରସୁଗୁଡାରୁ ଜଣେ ଲେଖାଏଁ ରହିଛନ୍ତି । ସେହିପରି କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ଅନ୍ୟ ରୋଗ କାରଣରୁ ହୋଇଛି ବୋଲି ଜଣାପଡିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୪୦୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୫୬ଟି ଆକ୍ଟିଜ୍ କେସ୍ ରହିଥିବା ବେଳେ ୩୧୯୦୬୯ ଜଣ ସୁସ୍ଥ ହୋଇଛନ୍ତି ।