ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Dhenkanal: 12
6. Gajapati: 2
7. Ganjam: 3
8. Jagatsinghpur: 29
9. Jajpur: 16
10. Jharsuguda: 7
11. Kalahandi: 1
12. Kendrapada: 3
13. Keonjhar: 1
14. Khurda: 211
15. Malkangiri: 1
16. Mayurbhanj: 13
17. Nayagarh: 2
18. Puri: 14
19. Sambalpur: 12
20. Sonepur: 1— I & PR Department, Odisha (@IPR_Odisha) October 2, 2021
21. Sundargarh: 10
22. State Pool: 47New recoveries: 691
Cumulative tested: 20103496
Positive: 1027431
Recovered: 1013833
Active cases: 5336— I & PR Department, Odisha (@IPR_Odisha) October 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୯୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ ରହିଥିବା ବେଳେ ୫୩୩୬ ଜଣ ଚିକିତ୍ସିତ ହେଉଛନ୍ତି ।