ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଦୀର୍ଘ କିଛି ଦିନ ହେବ ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th March
New Positive Cases: 84
In quarantine: 49
Local contacts: 35(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 1
3. Bargarh: 9
4. Bhadrak: 1
5. Cuttack: 25
6. Ganjam: 2— I & PR Department, Odisha (@IPR_Odisha) March 18, 2021
17. Sundargarh: 10
18. State Pool: 1New recoveries: 61
Cumulative tested: 8712117
Positive: 338489
Recovered: 335857
Active cases: 661— I & PR Department, Odisha (@IPR_Odisha) March 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ ରହିଥିବା ବେଳେ ଏହି ରୋଗରୁ ୩୩୫୮୫୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୬୧ ଜଣ ଚିକିତ୍ସିତ ହେଉଛନ୍ତି ।