ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ଏବେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୫ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି ।
ଗତକାଲି ଗୋଟିଏ ଦିନରେ ୪୩ ଜଣ ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକମ୍ରିତଙ୍କ ସଂଖ୍ୟା ୨୧୯ କୁ ବୃଦ୍ଧି ପାଇଥିଲା । ମାତ୍ର ତାହା ଏବେ ୨୪୫ କୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୪୫ ରହିଥିବା ବେଳେ ସେଥିମଧ୍ୟରୁ ୧୮୧ ଟି କେସ ଆକ୍ଟିଭ ରହିଛି । ୬୨ ଜଣ ବିଭିନ୍ନ ପର୍ଯ୍ୟାୟରେ ସୁସ୍ଥ ହୋଇଛନ୍ତି ଓ ୨ ଜଣଙ୍କର ମୃତ୍ୟୁ ହୋଇଛି ।