ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ରାଜ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୮ଜଣ ଗୁଜୁରାଟ ଫେରନ୍ତା ବୋଲି ଜଣାପଡିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ରହିଥିବାବେଳେ ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ ସଂକ୍ରମିତ ଅଛନ୍ତି। ଜଗତସିଂହପୁର, ସମ୍ବଲପୁର ଓ ବଲାଙ୍ଗୀରରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିଜ୍ଝ ସୁବର୍ଣ୍ଣପୁର ଜିଲ୍ଲାରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିଜ୍ଝ ନୟାଗଡ଼ରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
Total Positive Cases till 9 am: 1660
Active Cases: 841
New Cases: 6707 cases in Nayagarh
(All in quarantine centres. Gujarat returnees)02 cases in Sambalpur
(All in quarantine centres. 1 UP & 1 AP returnees)01 case in Bargarh
(In quarantine centre. M'rashtra returnee)— I & PR Department, Odisha (@IPR_Odisha) May 28, 2020
ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୬ ସଂକ୍ରମିତଙ୍କ ମଧ୍ୟରୁ ୧୬ ଜଣ ସୁରଟରୁ, ୬ ଜଣ ମହାରାଷ୍ଟ୍ରରୁ, ୩ ଜଣ ତାମିଲନାଡୁରୁ ଫେରିଥିଲେ । ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ରରୁ, ୩ ଜଣ ଗୁଜୁରାଟରୁ ଏବଂ ୨ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।
26 cases in Ganjam
(25 in quarantine centres. 16 Surat, 6 Maharastra, 3 TN returnees & 1 local contact case)11 cases in Khurdha
(10 in quarantine centres. 5 Maharashtra, 3 Gujarat, 2 WB returnees & 1 local contact case)— I & PR Department, Odisha (@IPR_Odisha) May 28, 2020
ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ପଶ୍ଚିମବଙ୍ଗରୁ, ୨ ଜଣ ଗୁଜୁରାଟରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ ।ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ସଂକ୍ରମିତ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
04 cases in Sonepur
(All in quarantine centres. 2 TN & 2 Maharastra returnees)11 cases in Jajpur
(All in quarantine centres. 8 WB, 2 Gujarat & 1 AP returnees)02 cases in Bolangir
(All in quarantine centres. Maharastra returnees)— I & PR Department, Odisha (@IPR_Odisha) May 28, 2020
ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଉତ୍ତରପ୍ରଦେଶ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ବରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିଲେ ।
ସେହିପରି ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ତାମିଲନାଡୁ ଏବଂ ଦୁଇ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିଲେ ।
01 case in Keonjhar
(In quarantine centre. UP returnee)02 cases in Jagatsinghpur
(All in quarantine centres. WB returnees)— I & PR Department, Odisha (@IPR_Odisha) May 28, 2020
କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଉତ୍ତରପ୍ରଦେଶରୁ ଫେରିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ଜଣ ସଂକ୍ରମିତ ପଶ୍ଚିମବଙ୍ଗରୁ ଫେରିଥିଲେ । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।