ପୁରୀ(ଏଟିଆର ବ୍ୟୁରୋ): ଆସନ୍ତା କାଲି ଠାରୁ ଶ୍ରୀମନ୍ଦିର ଚତୁଃପାଶ୍ୱର୍ ସୌନ୍ଦର୍ଯ୍ୟକରଣ କାମ ପୁଣି ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ପୁରୀ ଶ୍ରୀମନ୍ଦିର ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ଅନୁସାରେ ପୁଣି ଥରେ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସୂଚନାଯୋଗ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ପୂର୍ବରୁ ମନ୍ଦିର ଚାରିପଟରୁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ କାର୍ଯ୍ୟ କାରାଯାଇଛି । ଏହା ପରେ ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା । ହେଲେ କରୋନା ମହାମାରୀ ବ୍ୟାପିବାରୁ ସୌନ୍ଦର୍ଯ୍ୟକରଣ କାମକୁ ବନ୍ଦ କରି ଦିଆଯାଇଥିଲା । ତେବେ ରଥ ଯାତ୍ରା ପାଖେଇ ଆସୁଥିବାରୁ ପୁଣି ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସୂଚନା ମିଳିଛି ।