ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ର ସମସ୍ତଙ୍କୁ ଛାଡି ଆରପାରିକି ଚାଲି ଯାଇଛନ୍ତି । ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା ।
ଦୀର୍ଘଦିନର ଅସୁସ୍ଥତା ପରେ ଗତକାଲି ସେ ତାଙ୍କର ଶେଷ ନିଶ୍ୱାଷ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି । ଜଣେ ସ୍ୱାଧୀନତା ସଂଗ୍ରାମୀଙ୍କୁ ହରାଇ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ସମେତ ଅନ୍ୟ ପ୍ରମୁଖ ରାଜନେତାମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପତ୍ରଙ୍କ କନିଷ୍ଠ ପୁଅ ଥିଲେ ଗୌରଚନ୍ଦ୍ର ମହାପାତ୍ର । ସ୍ୱାଧୀନତା ସଂଗ୍ରାମ ବେଳେ ୧୯୪୨ ମସିହାରେ ବ୍ରହ୍ମପୁର ସର୍କିଲ ଜେଲରେ ସେ ସବୁଠାରୁ କମ୍ ବୟସର କଏଦି ଥିଲେ ।