ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍ତର- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ ବର୍ଷା ହେବାରେ ଲାଗିଛି । ତେବେ ଏହି ଲଘୁଚାନ ଜନିତ ବର୍ଷା ରାଜ୍ୟରେ ଆହୁରି ୨ରୁ ୩ଦିନ ପର୍ଯ୍ୟନ୍ତ ଜାରି ରହିବ । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଏହାସହ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଓ ୮ଟି ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଓ ୫ଟି ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡା, ବରଗଡ, ବଲାଙ୍ଗିର ଓ ଝାରସୁଗୁଡାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅରେଞ୍ଜ ୱାର୍ଣ୍ଣିଂ କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ ଓ କେନ୍ଦୁଝର ଜିଲ୍ଲା ପାଇଁ ଜାରି ହୋଇଥିବା ବେଳେ ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାସହ ଭୂ-ସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିଯିବା, କଚ୍ଚା ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା ଭଳି ଦୁର୍ବିପାକର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
JUST IN
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024
-
ପ୍ରକାଶ ପାଇଲା ଜେଇଇ ମେନ୍ ପେପର-୧ ପରୀକ୍ଷା ଫଳ | 25 Apr 2024
-
ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | 24 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 24 Apr 2024