ନୁଆଦିଲ୍ଲୀ(ଏଟିଆର ବ୍ୟୁରୋ):ଫେବ୍ରୁଆରୀ ୧ ତାରିଖରୁ ସ୍ଥଳ ଭାଗ ସେନାର ମୁଖ୍ୟ ଭାବେ ଦାୟିତ୍ୱ ନେବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି ଚଣ୍ଡିପ୍ରସାଦ ବର୍ତ୍ତମାନ ସଦର୍ଣ୍ଣ ଆର୍ମୀ କମାଣ୍ଡର ଭାବେ ଅବସ୍ଥାପିତ ଅଛନ୍ତି । ୧୯୮୨ ମସିହାରେ ରାଜପୁତ ରେଜିମେଣ୍ଟରେ ସେକେଣ୍ଡ ଲେଫ୍ଟନାଣ୍ଟ ଭାବେ ଯୋଗ ଦେଇଥିଲେ । ଏବଂ ଏହିଠାରୁ ତାଙ୍କର କ୍ୟାରିୟର ଆରମ୍ଭ ହୋଇଥିଲା ।
୨୦୧୪ରେ ଜାତିଗତ ହିଂସାକାଣ୍ଡ ତୁରନ୍ତ ପରେ କାଉଣ୍ଟର ଏମରଜେନ୍ସି ଅପରେସନରେ ଆସାମରେ ଏକ ଡିଭିଜନର କମାଣ୍ଡ ସମ୍ଭାଳିଛନ୍ତି ।ଏନଡିଏଫବି ଓ ଉଲଫା ଉଗ୍ରବାଦୀଙ୍କ ବିରୋଧରେ ଅନେକ ସଫଳ ଅପରେସନ କରିଛି । ଏବଂ ଏହା ଆସାମରେ ଶାନ୍ତି ଫେରାଇ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି ।
୨୦୧୮ ରେ ଚୀନ ସହ ଦୀର୍ଘ ଦିନ ଧରି ଉତ୍ତେଜନାମୂଳକ ପରିସ୍ଥିତି ସମୟରେ ସେନାର କମାଣ୍ଡାଣ୍ଟ ପଦରେ ରହି ସମସ୍ୟାର ସମାଧାନ ଦିଗରେ ନିଜର ଯୋଜନା ଦେଇଥିଲେ । ସେ ତାଙ୍କ ୩୮ବର୍ଷ କ୍ୟାରିଅର ମଧ୍ୟରେ ପାକିସ୍ତାନ ଓ ଚୀନ ସୀମା ସହିତ ଅନେକ ଅପରେସନରେ ସେ ଫ୍ରଣ୍ଟ୍ ଲାଇନରେ ରହି ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି।ଏହି ଅଭିଯାନରେ ନିଜର କମ୍ପାନୀ କମାଣ୍ଡର ଭାବେ କାର୍ଯ୍ୟ କରିବା ସହ ନିଜର ପ୍ରତିଭା ପ୍ରଦର୍ଶନ କରିଛନ୍ତି ।