ଭଞ୍ଜନଗର (ରାଜ ଗୁପ୍ତା): ଗତ ୪ ତାରିଖରେ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗ୍ରାମର ଅଙ୍ଗନବାଡି କର୍ମୀ ଭାରତୀ ସ୍ୱାଇଁଙ୍କ ମୁତ୍ୟୁ ଖବର ଅଂଚଳ ବାସୀଙ୍କୁ ଅବାକ କରିଦେଇଛି । ତେବେ ଖବର ପ୍ରସାରିତ ହେବା ପରେ ଆଜି ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଂଜ଼ ଖୋଳଖାଳି ଗ୍ରାମକୁ ଯାଇ ମୃତକଙ୍କ ପରିବାରକୁ ଭେଟିବା ସହ ଭାରତୀଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି ।
ନିଜେ ଉପଜିଲ୍ଲାପାଳ ଦୁଃଖ ପ୍ରକାଶ କରିବା ସହ ପରିବାରକୁ ସାନ୍ତନା ଦେଇଥିଲେ ଏଵଂ କରୋନା ଯୋଦ୍ଧା ବିବେଚିତ କରିବା ସହ ଆଗକୁ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ଉପଯୁକ୍ତ ସୁବିଧା ସୁଯୋଗ ପ୍ରଦାନ କରାଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶୃତି ଦେଇଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ବୁଗୁଡ଼ା ତହସିଲଦାର ସଂଗ୍ରାମ କେଶରୀ ଜେନା, ଉପଖଣ୍ଡ ପଂଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ ଉପସ୍ଥିତ ଥିଲେ।