ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବାତ୍ୟା ଜୱାଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏପରିକି ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
୫ ତାରିଖ ରବିବାର ହୋଇଥିଲେ ସତ୍ୱେ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସମସ୍ତ କର୍ମଚାରୀଙ୍କୁ ନିଜ ନିଜର ହେଡକ୍ୱାର୍ଟସ ମାନଙ୍କରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ।