ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ । ଏମିତି କି କେତେକ ସ୍ଥାନରେ ଦେଖିବାକୁ ମିଳିଛି ଲୋକମାନେ ଆଗୁଆ ଖାଦ୍ୟ ସାମଗ୍ରୀ କିଣି ମହଯୁଦ ରଖୁଥିବାର । ସେହିଭଳି ଏବେ ବଜାରରେ ମାସ୍କ ଓ ସାନିଟାଇଜର ଅଭାବ ମଧ୍ୟ ଦେଖା ଦେଇଛି । ଅନ୍ୟପଟେ ଯୋଗାଣ ବିଭାଗ କରୋନାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଆଗୁଆ ପିଡିଏସ ସାମଗ୍ରୀ ବାଣ୍ଟିବା ପାଇଁ ଚିନ୍ତା କରୁଥିବା ଜଣାପଡିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଶ୍ରୀ ସ୍ୱାଇଁ ସୂଚନା ଦେଇ କହିଛନ୍ତି ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର କୌଣସି ଅଭାବ ରହିବ ନାହିଁ । ବଜାରରେ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି ସମସ୍ତ ରାସନ ସାମଗ୍ରୀ । ଆମ ବିଭାଗ ପୁରା ଘଟଣା ଉପରେ ନଜର ରଖିଛି । ଅନ୍ୟ ବିଭାଗ ସହିତ ସମନ୍ୱୟ ରଖି କାର୍ଯ୍ୟ କରୁଛି ବୋଲି କହିଛନ୍ତି ମନ୍ତ୍ରୀ । ଗୁଜବରେ ଯମା ବିଶ୍ୱାସ ନ କରିବାକୁ କହିଛନ୍ତି ମନ୍ତ୍ରୀ । ଗୁଜବକାରୀଙ୍କ ଉପରେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024